ଧର୍ମପଦ ପୁରସ୍କାର ଓ ଶିଳ୍ପୀ ସମ୍ବର୍ଦ୍ଧନା ଘୋଷଣା

0
463
Spread the love


ଭୁବନେଶ୍ୱର: ଓଡିଶା ଲଳିତ କଳା ଏକାଡେମୀ ଆନୁକୂଲ୍ୟରେ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ “ଧର୍ମପଦ ସମ୍ମାନ” ଆଜି ଘୋଷଣା କରାଯାଇଛି । ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା,ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଆଜି ଅପରାହ୍ଣରେ ଭୁବନେଶ୍ୱର ସ୍ଥିତ ସଂସ୍କୃତି ଭବନ ପରିସରରେ ଥିବା ପ୍ରେକ୍ଷାଳୟରେ ଏହି ଘୋଷଣା କରିଛନ୍ତି । ୨୦୧୬ରୁ ୨୦୨୦ ମସିହା ପର୍ଯ୍ୟନ୍ତ ୫ ଜଣ ବିଶିଷ୍ଟ ଶିଳ୍ପୀ ଧର୍ମପଦ ପୁରସ୍କାରରେ ପୁରସ୍କୃତ ହେବାକୁ ଥିବାବେଳେ ୨୫ ଜଣ ଶିଳ୍ପୀ ସମ୍ବର୍ଦ୍ଧିତ ହେବେ । ୨୦୧୬ ମସିହା ପାଇଁ ବରିଷ୍ଠ ଚିତ୍ରଶିଳ୍ପୀ ବନବିହାରୀ ପରିଡା, ୨୦୧୭ ପାଇଁ ବିଶିଷ୍ଟ ସ୍ଥପତି ଶ୍ୟାମ ସୁନ୍ଦର ପଟ୍ଟନାୟକ, ୨୦୧୮ ପାଇଁ ଜଗଦିଶ ଚନ୍ଦ୍ର କାନୁନ୍‌ଗୋ, ୨୦୧୯ ପାଇଁ ବିଶିଷ୍ଟ ପଟ୍ଟଚିତ୍ର ଶିଳ୍ପୀ ବିନୋଦ ମହାରଣା ଏବଂ ୨୦୨୦ ମସିହା ପାଇଁ ବିଶିଷ୍ଟ ଚିତ୍ରଶିଳ୍ପୀ ମହେନ୍ଦ୍ର ପ୍ରସାଦ ମହାପାତ୍ର ଧର୍ମପଦ ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଧର୍ମପଦ ଶିଳ୍ପୀଙ୍କୁ ୫ ଲକ୍ଷ ଟଙ୍କାର ଚେକ୍‌, ତାମ୍ରଫଳକ ଏବଂ ଉପଢୌକନ ଏବଂ ସମ୍ବର୍ଦ୍ଧିତ ହେବାକୁ ଥିବା ଶିଳ୍ପୀକୁ ୧ ଲକ୍ଷ ଟଙ୍କା, ତାମ୍ର ଫଳକ ଏବଂ ଉପଢୌକନ ଏକ ସ୍ୱତନ୍ତ୍ର ଉତ୍ସବରେ ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି ।
ସମ୍ବର୍ଦ୍ଧିତ ହେବାକୁ ଥିବା ଶିଳ୍ପୀମାନେ ହେଲେ ୨୦୧୬ ମସିହା ପାଇଁ ଚନ୍ଦ୍ର କୁମାର ସାମନ୍ତରାୟ, ଶରତ ଚନ୍ଦ୍ର ମହାନ୍ତି, ବସନ୍ତ କୁମାରୀ ସାମନ୍ତ, ବାଂଛାନିଧି ପଟ୍ଟନାୟକ ଓ ଯୋଗେଶ ପ୍ରସାଦ ଦାନୀ, ୨୦୧୭ ମସିହା ପାଇଁ ରାଧାଶ୍ୟାମ ବିଶୋଇ, ଦେବେନ୍ଦ୍ର ଦାସ, ବନମାଳି ମହାପାତ୍ର, ଲଲାଟମୋହନ ପଟ୍ଟନାୟକ ଓ ଡକ୍ଟର ଅଲେଖ ଚରଣ ସାହୁ, ୨୦୧୮ ମସିହା ପାଇଁ ଶ୍ରୀଧର ମହାରଣା, ଗୋକୁଳାନନ୍ଦ ଦାସ, ଟୁନେନ୍ଦ୍ର ପଟ୍ଟନାୟକ, କଳ୍ପତରୁ ମହାରଣା ଏବଂ ଅଶୋକ କୁମାର ମହାନ୍ତି,୨୦୧୯ ମସିହା ପାଇଁ ଶ୍ରୀନିବାସ ପଢିହାରୀ, ଲକ୍ଷ୍ମୀଧର ରଣା, ବ୍ରଜକିଶୋର ଜେନା, ପ୍ରଶାନ୍ତ କୁମାର ଦାସ ଓ ଗୌରାଙ୍ଗ ବାରିକି ଏବଂ ୨୦୨୦ ମସିହା ପାଇଁ ରବିନାରାୟଣ ରଥ, ବିଜୟ କୁମାର ପରିଡା, ପ୍ରଭାକର ମହାରଣା, ଦୀନବନ୍ଧୁ ମହାପାତ୍ର ଏବଂ ବୃନ୍ଦାବନ ମହାରଣା ।
ଏହି କାର୍ଯ୍ୟକ୍ରମରେ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ରଂଜନ କୁମାର ଦାସ, ଲଳିତ କଳା ଏକାଡେମୀର ସଭାପତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ,ଏକାଡେମୀର କାର୍ଯ୍ୟକାରୀ କମିଟି ସଦସ୍ୟ ପଂଚାନନ ସାମଲ, ଶ୍ୟାମ ସୁନ୍ଦର ମେହେର ଏବଂ ଅକ୍ଷୟ କୁମାର ସାମଲ ପ୍ରମୁଖ ଉପସ୍ଥିତ ଥିଲେ । ଏକାଡେମୀର ସଚିବ ଗଜେନ୍ଦ୍ର ପ୍ରସାଦ ସାହୁ କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ ।

LEAVE A REPLY